Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପୁଣି ଦେଶରେ ନବୀନ ନମ୍ବର ୧

ଭୁବନେଶ୍ୱର: ପୁଣି ଦେଶରେ ନମ୍ବର ୱାନ ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେ ସର୍ଭେର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ସ୍ଥାନ ପାଇଲେ ନବୀନ ପଟ୍ଟନାୟକ । ସର୍ଭେ ରିପୋର୍ଟରେ ଶୀର୍ଷରେ ରହିଛନ୍ତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ୭୧.୧ ପ୍ରତିଶତ ଲୋକଙ୍କ ପସନ୍ଦ ନବୀନ ପଟ୍ଟନାୟକ । ଏହି ରିପୋର୍ଟରେ କୋଭିଡ-୧୯ ପରିଚାଳନାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି । ସେହିପରି ମହାମାରୀ ମୁକାବିଲାରେ ବି ଓଡ଼ିଶା ଏକ ନମ୍ବର ହୋଇଛି । ଜନକଲ୍ୟାଣ ଯୋଜନା ଓ ଲୋକାଭିମୁଖୀ ଶାସନର ରୋଲ୍‌ ମଡେଲ ହେଉଛନ୍ତି ନବୀନ ପଟ୍ଟନାୟକ ।

ରାଜ୍ୟରେ ବିକାଶ, ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନକୁ ପାଥେୟ କରି ଏହି ସର୍ଭେ କରାଯାଇଛି । ନାରୀ ସଶକ୍ତିକରଣ, ସ୍ଥିରତା, ସୁଶାସନ, ଦୁର୍ନୀତି ଓ ଭ୍ରଷ୍ଟାଚାରମୁକ୍ତ ଓଡ଼ିଶା ଗଠନରେ ନବୀନ ସାଜିଛନ୍ତି ଷ୍ଟେଟସ୍ ମ୍ୟାନ୍ । ସ୍ୱାସ୍ଥ୍ୟ ଭିତ୍ତିଭୂମି, ବିପର୍ଯ୍ୟୟ ପରିଚାଳନାରେ ସାରାଦେଶରେ ଉଦାହରଣ ପାଲଟିଛି ଓଡ଼ିଶା । କୋଭିଡ ପରିଚାଳନାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି । ଉଲ୍ଲେଖନୀୟ କୋଭିଡ ପରିଚାଳନାରେ ଓଡ଼ିଶା ନମ୍ବର ୧ । ସଫଳ କୋଭିଡ୍‌ ପରିଚାଳନା ପାଇଁ ଓଡ଼ିଶା ୭୬.୭ ପ୍ରତିଶତ ଲୋକଙ୍କଠାରୁ ମିଳିଛି ସମର୍ଥନ । ଦ୍ୱିତୀୟରେ ଉତ୍ତରପ୍ରଦେଶ, ତୃତୀୟ ଆସାମ, ଚତୁର୍ଥରେ ତାମିଲନାଡୁ ଓ ପଞ୍ଚମରେ ମହାରାଷ୍ଟ୍ର ରହିଛି ।

ଲୋକପ୍ରିୟତାରେ ନବୀନଙ୍କ ପଛକୁ ରହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୬୯.୯ ପ୍ରତିଶତ ଲୋକ ମମତାଙ୍କୁ ପସନ୍ଦ କରିଛନ୍ତି । ତୃତୀୟରେ ଅଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ । ତାଙ୍କୁ ୬୭.୫ ପ୍ରତିଶତ ଲୋକଙ୍କ ସମର୍ଥନ ମିଳିଛି । ଚତୁର୍ଥରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ପଞ୍ଚମରେ କେରଳ ମୁଖ୍ୟମନ୍ତ୍ରୀ ପୀନରାୟୀ ବିଜୟନ୍, ଷଷ୍ଠରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲ ଅଛନ୍ତି । ସେହିପରି ସପ୍ତମରେ ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା, ଅଷ୍ଟମରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଓ ନବମରେ ଅଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରହିଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...