Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମଧ୍ୟବିତ ଏବଂ ଗରିବଙ୍କ ପାଇଁ ବଜେଟରେ କିଛି ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସଂସଦରେ ‌ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବିଭିନ୍ନ ଦିଗକୁ ଦୃଷ୍ଟି ଦିଆଯାଇଥିବା କେନ୍ଦ୍ର ସରକାର କହୁଥିବା ବେଳେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ର ବଜେଟ୍‌କୁ ନେଇ ମିଶ୍ରିତ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ପଟ୍ଟନାୟକ କହିଛନ୍ତି, ଟେକ୍ନୋଲୋଜୀ ଓ ଭିତ୍ତିଭୂମି ଉପରେ ଫୋକସ୍‌ କରି କେନ୍ଦ୍ର ନେଇଥିବା ନିଷ୍ପତ୍ତି ପ୍ରଶଂସନୀୟ । ଶିକ୍ଷା ଏବଂ ସ୍ବାସ୍ଥ୍ୟ ବିକାଶ କ୍ଷେତ୍ରରେ ଏହା ସହାୟକ ହେବ। କିନ୍ତୁ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ରରେ ବ୍ୟୟବରାଦ ହ୍ରାସ କରାଯାଇଛି । କୃଷି ଓ କୃଷକଙ୍କ ବିକାଶ, ଉଚ୍ଚଶିକ୍ଷା, ଗ୍ରାମ୍ୟ ଉନ୍ନୟନରେ ବ୍ୟୟବରାଦ ହ୍ରାସ ହୋଇଛି । ଏହା ବିକାଶ ଉପରେ ପ୍ରଭାବ ପକାଇବ । ମନରେଗାରେ ବ୍ୟୟ ବରାଦ ହ୍ରାସ ଯୋଗୁଁ ଗରିବ ଲୋକମାନେ ପ୍ରଭାବିତ ହେବେ । ବଜେଟ୍‌ରେ ଦରଦାମ ପିୟନ୍ତ୍ରଣ ପାଇଁ କୌଣସି ପଦକ୍ଷେପ ନେଇ ନାହାନ୍ତି କେନ୍ଦ୍ର ସରକାର । ଏହା ସହିତ ମଧ୍ୟବିତ୍ତ ଲୋକଙ୍କ ପାଇଁ ବଜେଟ୍‌ରେ କିଛି ନଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...