Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା

ଭୁବନେଶ୍ୱର: ଚାଷୀଙ୍କ ଖାତାକୁ ଆସିଲା ‘କାଳିଆ’ ଟଙ୍କା  ।  ପବିତ୍ର ଅକ୍ଷୟ ତୃତୀୟାରେ ଚାଷୀଙ୍କୁ ଆକାଉଣ୍ଟକୁ କାଳିଆ ଟଙ୍କା ପଠାଇଛନ୍ତି ରାଜ୍ୟ ସରକାର । ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୮୦୦ କୋଟି ଟଙ୍କା ସହାୟତା ଦିଆଯାଇଛି    । ୨୦୨୨ ଆର୍ଥିକ ବର୍ଷ ପାଇଁ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ରାଶି ପ୍ରଦାନ କରିଛନ୍ତି ରାଜ୍ୟ ସରକାର । ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କୁ ‘କାଳିଆ’ ଟଙ୍କା ପ୍ରଦାନ କରିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଆର୍ଥିକ ସହାୟତା ଦ୍ୱାରା ୪୦ ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀ  ଉପକୃତ ହୋଇଛନ୍ତି । ସେହିପରି କୃଷି ବିଭାଗ ପକ୍ଷରୁ ‘ପଣସ ମିଶନ’ ଓ ଅଧିକରୁ ଅଧିକ ବାଜରା ଚାଷ କରାଯିବା ପାଇଁ ମିଲେଟ ମିଶନକୁ ସଂପ୍ରସାରିତ କରାଯଇଛି । ଏହାସହ କୃଷକ ଓ କୃଷି ଉଦ୍ୟୋଗୀଙ୍କୁ ସବୁ ସହାୟତାକୁ ଗୋଟିଏ ପ୍ଲାଟ ଫର୍ମରେ ଯୋଗାଇଦେବା ପାଇଁ ସୁଗମ ପୋର୍ଟାଲ ଓ କୃଷକ ଓଡ଼ିଶା ପୋର୍ଟାଲ ଲୋକାର୍ପଣ  କରିଛନ୍ତି ମୁଖ୍ୟମନ୍ତ୍ରୀ  ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି ।...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...