Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ମୁଖ୍ୟମନ୍ତ୍ରୀଙ୍କୁ ଘାରିଲା ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଚିନ୍ତା, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଭୁବନେଶ୍ୱର:   ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀଙ୍କ  ପାଠପଢ଼ାର ବନ୍ଦୋବସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ମୋଦୀଙ୍କୁ ଜଣାଇଛନ୍ତି। ନବୀନ କହିଛନ୍ତି ୟୁକ୍ରେନ ସଙ୍କଟ ଯୋଗୁଁ ବହୁ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଠପଢ଼ାରେେ ବ୍ୟାଘାତ ହୋଇଛି । ଏହି ଛାତ୍ର ଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ସୁବିଧା ପ୍ରଦାନ କରାଯାଉ। ଦେଶର ମେଡ଼ିକାଲ କଲେଜରେ ସେମାନଙ୍କ ପାଠପଢ଼ା ବ୍ୟବସ୍ଥା କରାଯାଉ। ଏନେଇ ଜାତୀୟ ମେଡ଼ିକାଲ କମିଶନ ଓ ମନ୍ତ୍ରଣାଳୟ ନିଷ୍ପତ୍ତି ନେଉ ।

ଓଡ଼ିଶାର ବହୁ ଛାତ୍ର ଛାତ୍ରୀ ଡାକ୍ତରୀ ପାଠ ପଢ଼ିବା ପାଇଁ ୟୁକ୍ରେନ ଯାଇଥିଲେ । ସେଠାରେ ଭୟଙ୍କର ଯୁଦ୍ଧ ପରିସ୍ଥିତି ଉପୁଜିବାରୁ ସେମାନେ  ଫେରିଆସିଛନ୍ତି । ଭାରତ ସରକାରଙ୍କର ଅପରେଶନ ଗଙ୍ଗା ଦ୍ୱାରା ବର୍ତ୍ତମାନ ସୁଦ୍ଧା ୨ଶହରୁ ଉର୍ଦ୍ଧ୍ବ ଓଡ଼ିଆ ଛାତ୍ରଛାତ୍ରୀ ଆସି ଓଡ଼ିଶାରେ ସୁରକ୍ଷିତ ଭାବରେ ପହଞ୍ଚିପାରିଛନ୍ତି । ବର୍ତ୍ତମାନ ଏହି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧକାର ହେବକୁ ବସିଛି। ସେଥିପାଇଁ ମୁଖ୍ୟମନ୍ତ୍ରୀ ଏହି ପିଲାଙ୍କ ପାଠପଢାର ବନ୍ଦୋବସ୍ତ କରିବା ପାଇଁ  ପ୍ରଧନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି।

 

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...