Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୫୦ ପ୍ରତିଶତ ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା

ଭୁବନେଶ୍ୱର: ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ । ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...