Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବାଜିଲା ପଞ୍ଚାୟତ ନିର୍ବଚନ ବିଗୁଲ, ୫ଟି ପର୍ଯ୍ୟାୟରେ ହେବ ନିର୍ବାଚନ

ଭୁବନେଶ୍ୱର: ବାଜିଲା ପଂଚାୟତ ନିର୍ବାଚନ ବିଗୁଲ। ଆସନ୍ତା ଫେବୃଆରୀ ୧୬ରୁ ସମଗ୍ର ରାଜ୍ୟରେ ୫ଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନର ବିଧିବଦ୍ଧ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।ଏହା ସହିତ ନିର୍ବାଚନ ଆଦର୍ଶ ଆଚରଣ ବିଧି ଆଜିଠୁ ରାଜ୍ୟବ୍ୟାପୀ ଲାଗୁ ହେଲା ବୋଲି ଘୋଷଣା କରିଛନ୍ତି। ରାଜ୍ୟରେ ୫ଟି ପର୍ଯ୍ୟାୟରେ ହେବ ନିର୍ବାଚନ। ଫେବୃଆରୀ ୧୬, ୧୮,୨୦,୨୨ ଓ ୨୪ତାରିଖରେ ହେବ ପଂଚୟତ ନିର୍ବଚନ ହେବ। ସେହିପରି ଫେବୃଆରୀ ୨୬, ୨୭ ଓ ୨୮ତାରିଖରେ ସମସ୍ତ ବ୍ଲକ ମୁଖ୍ୟାଳୟରେ ଜିଲ୍ଲା ପରିଷଦ ଜୋନୱାର ଭୋଟଗଣତି ହେବ।

ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ଆଜି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କୋଭିଡ୍ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରାଯାଇ ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ କରାଯିବ। ଏଥିପାଇଁ ସ୍ୱତନ୍ତ୍ର ଭାବେ ଗାଇଡଲାଇନ୍ ନିର୍ବାଚନ କମିଶନରଙ୍କ ଦ୍ୱାରା ଦିଆଯାଇଛି। ଦୁଇଟି ପର୍ଯ୍ୟାୟରେ ରାଜ୍ୟ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ ସଚିବ, ଗୃହ ସଚିବ ଓ ପୁଲିସ ଡିଜିଙ୍କ ସହ ଆଲୋଚନା ପରେ କୋଭିଡ୍ ଗାଇଡଲାଇନକୁ କଡ଼ାକଡ଼ି ପାଳନ କରି ନିର୍ବାଚନ କରିବାରେ କୌଣସି ସମସ୍ୟା ନାହିଁ ବୋଲି କମିଶନ ଅନୁଭବ କରିଛନ୍ତି। ତେଣୁ ଆଗାମୀ ପଞ୍ଚାୟତ ନିର୍ବାଚନରେ କୌଣସି ପ୍ରକାରର ସଭାସମିତି, ବୈଠକ, ବାଇକ ର‌୍ୟାଲି, ପ୍ରଥପାନ୍ତ ସଭା ଉପରେ ସମ୍ପୂର୍ଣ୍ଣ କଟକଣା ଜାରି କରିଛନ୍ତି । କେବଳ। ପ୍ରାର୍ଥୀ ସର୍ବାଧିକ ୫ଜଣଙ୍କୁ ଧରି ଡୋରଟୁ ଡୋର ପ୍ରଚାର କରିପାରିବେ। କୋଭିଡର ଉଭୟ ଡୋଜ୍ ଟିକା ନେଇଥିବା ଅବା ନେଗେଟିଭ୍ ରିପୋର୍ଟ ଥିବା ବ୍ୟକ୍ତିଙ୍କୁ ହିଁ ଭୋଟ ଗଣତି କେନ୍ଦ୍ରରେ ପ୍ରବେଶ ପାଇଁ ଅନୁମତି ମିଳିବ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...