Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପୁଣିବ ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱର:   ଲଗାତର ୫ ଦିନ ଧରି  ବଢିବାରେ ଲାଗିଛି ତେଲଦର । ଆଜି ତେଲ ଦର ପୁଣି ବଢିଛି ।  ଲଗାତାର ୧୩୭ ଦିନ ଧରି ଦେଶରେ ପେଟ୍ରୋଲ ଓ ଡିଜେଲ ଦର ସ୍ଥିର ରହିବା ପରେ ପୁଣି ମାର୍ଚ୍ଚ ୨୨ ତାରିଖରୁ ମୂଲ୍ୟବୃଦ୍ଧି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ରବିବାର  ଦିନ ପେଟ୍ରୋଲ ୫୦ ପଇସା ଓ ଡିଜେଲ ଦର ବୃଦ୍ଧି ୫୫ ପଇସା ଲେଖାଏଁ ବଢ଼ିଛି। ଫଳରେ ୫ ଦିନରେ ଲିଟରପିଛା ଡିଜେଲ ୩ଟଙ୍କା ୯୯  ପଇସା ଓ ପେଟ୍ରୋଲ ଦର ୩ ଟଙ୍କା ୯୫ ପଇସା ପର୍ଯ୍ୟନ୍ତ  ମହଙ୍ଗା ହୋଇଛି। ଏହା ପୂର୍ବରୁ କେନ୍ଦ୍ର ସରକାର କେବଳ ଡିଜେଲ ବଲ୍କ ମୂଲ୍ୟରେ ଲିଟର ପିଛା ୨୫ ଟଙ୍କା ମହଙ୍ଗା କରିଥିଲେ।

କେଉଁ ଦିନ କେତେ ପଇସା ବଢିଛି ଦେଖନ୍ତୁ

ତାରିଖ      ଡିଜେଲ      ପେଟ୍ରୋଲ

୨୨             ୮୬           ୮୫

୨୩            ୮୫।         ୮୫

୨୫             ୮୫          ୮୬

୨୬।            ୮୪         ୮୫

୨୭             ୫୯          ୫୪

 

ମୂଲ୍ୟ ବୃଦ୍ଧି ପରେ ଓଡିଶାରେ ପେଟ୍ରୋଲ ଦର ୧୦୫ ଟଙ୍କା  ୭୨ ପଇସା ଥିବା ବେଳେ ଡିଜେଲ ୯୫ ଟଙ୍କା ୫୮ ପଇସା ରହିଛି । ସେହିପରି  ଦିଲ୍ଲୀରେ ଲିଟର ପିଛା ପେଟ୍ରୋଲ ଦର ଶନିବାର ୯୯ଟଙ୍କା ୧୧ ପଇସା ଦରରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୯୦ଟଙ୍କା ୪୨ ପଇସା ଦରରେ ବିକ୍ରି ହେଉଛି। ସେପଟେ ମୁମ୍ବାଇରେ ପେଟ୍ରୋଲ ଲିଟରପିଛା ଦର ୧୧୩ଟଙ୍କା ୮୮ ପଇସାକୁ ପହଞ୍ଚିଥିବା ବେଳେ ଡିଜେଲ ୯୮ଟଙ୍କା ୧୩ ପଇସା ଦରରେ କାରବାର ହେଉଛି। କୋଲକାତାରେ ପେଟ୍ରୋଲ ଲିଟର ପିଛା ୧୦୯ଟଙ୍କା ୬୨ ପଇସା ମୂଲ୍ୟରେ ବିକ୍ରି ହେଉଥିବା ବେଳେ ଡିଜେଲ ୯୪ ଟଙ୍କା ୫୭ ପଇସା ଦରରେ ବିକ୍ରି ହେଉଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...