Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଶ୍ରୀପଞ୍ଚମୀରେ ଅନୁକୂଳ ହେଲା ରଥ କାଠ

ଭୁବନେଶ୍ୱର: ଆଜି ପବିତ୍ର ଶ୍ରୀପଞ୍ଚମୀ ଅବସରରେ ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନିରଥ ପାଇଁ ତିନିଖଣ୍ତ ୧୨ ଫୁଟିଆ ଧଉରା କାଠକୁ ଗଜପତି ମହାରାଜାଙ୍କ ରାଜ ପୁରୋହିତ ଓ ଶ୍ରୀମନ୍ଦିର ଶୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ପୂଜାର୍ଚ୍ଚନା କରାଯାଇଛି।

ସନ୍ଧ୍ୟାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପ୍ରଥମେ ବାଗଦେବୀଙ୍କ ପାଖରେ ପୂଜାର୍ଚ୍ଚନା କରାଯିବା ପରେ କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇଥିବା ତିନୋଟି ଧଉରା କାଠର ଚତୁଃପାର୍ଶ୍ଵରେ ଚୁନପାଣି ପକାଯାଇ ପବିତ୍ର କରାଯିବା ପରେ କାଠ ତିନୋଟିକୁ ମାଜଣା କରାଯାଇଥିଲା। ଏହାପରେ ରାଜ ପୁରୋହିତ ଓ ଶୋତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା କାଠତ୍ରୟର ପୂଜାର୍ଚ୍ଚନା କରାଯାଇଥିଲା। ଏହି ତିନୋଟି କାଠରେ ତାଳଧ୍ୱଜ, ଦର୍ପଦଳନ ଓ ନନ୍ଦିଘୋଷ ରଥର ଗୁଜ ଅନୁକୂଳ କରାଯିବ।

ତେବେ ଗତ ଦୁଇବର୍ଷ ଧରି ବିନା ଭକ୍ତରେ ରଥଯାତ୍ରା ଅନୁଷ୍ଠିତ ହେଉଥିବା ବେଳେ ମହାପ୍ରଭୁଙ୍କ ଆଶୀର୍ବାଦ ରହିଲେ ଚଳିତ ବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର କହିଛନ୍ତି। ତେବେ ରଥନିର୍ମାଣ ପାଇଁ ମୋଟ ୮୬୫ ଖଣ୍ତ କାଠ ଆବଶ୍ୟକ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ନୟାଗଡ଼ ବନଖଣ୍ତରୁ ୬୩ ଖଣ୍ତ ରଥକାଠ ପୁରୀରେ ପହଞ୍ଚି ସାରିଛି। ପୂର୍ବ ବର୍ଷର ୮୦ ଖଣ୍ତ କାଠ ଗଛିତ ଥିବା ବେଳେ ପର୍ଯ୍ୟାୟ କ୍ରମେ ୭୨୨ ଖଣ୍ଡ ରଥକାଠ ପର୍ଯ୍ୟାୟ କ୍ରମେ ଆସି ପହଞ୍ଚିବ। ପ୍ରତିବର୍ଷ ରଥଯାତ୍ରା ପାଇଁ ସରସ୍ୱତୀ ପୂଜାରୁ ପ୍ରାକ୍ ପ୍ରସ୍ତୁତି ଆରମ୍ଭ ହେଉଥିବା ବେଳେ ଅକ୍ଷୟ ତୃତୀୟା ଦିନ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥାଏ।

ସେହିପରି ରାମନବମୀ ଅବସରରେ କାଠ ଚିରଟର ମଧ୍ୟ ଅନୁକୂଳ ହୋଇଥାଏ। ଆଜି ଏକ ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶରେ ରଥ କାଠ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କ ସହ ସମସ୍ତ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...