Connect with us

Hi, what are you looking for?

ବିଜିନେସ

ରୋବୋଟ ସହାୟତାରେ ସମ୍ ହସ୍ପିଟାଲ୍‌ରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ସଫଳ ହେଉଛି: ପ୍ରଫେସର ଦାଶ

ଭୁବନେଶ୍ୱର, ଜୁଲାଇ ୮: ବର୍ତମାନ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ରୋବୋଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ ଅଳ୍ପ ଦିନ ମଧ୍ୟରେ ରୋଗୀ ସୁସ୍ଥ ହେଉଛନ୍ତି ।
ପାରମ୍ପରିକ ଆଣ୍ଠୁ ପ୍ରତ୍ୟାରୋପଣ ପ୍ରକ୍ରିୟା ଓ ରୋବୋଟ ସହାୟତାର ପ୍ରକ୍ରିୟା ସମାନ ଅଟେ । ପ୍ରତ୍ୟାରୋପଣରେ ଆଣ୍ଠୁରେ ନଷ୍ଟ ହୋଇଯାଇଥିବା ତନ୍ତୁଗୁଡ଼ିକୁ ବାହାର କରାଯାଇ କୃତ୍ରିମ ଗଣ୍ଠି ଯୋଡା ଯାଇଥାଏ । ତେବେ ରୋବୋଟିକ ଆର୍ମ ସହାୟତାରେ ହେଉଥିବା ଅସ୍ତ୍ରୋପଚାରକୁ ସଫ୍ଟୱେୟାର ଏବଂ ସର୍ଜନ ନିୟନ୍ତ୍ରଣ କରିଥାନ୍ତି ବୋଲି ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଅସ୍ଥିଶଲ୍ୟ ବିଭାଗର ମୁଖ୍ୟ ପ୍ରଫେସର (ଡାକ୍ତର) ଅନିରୁଦ୍ଧ ଦାଶ ସୂଚନା ଦେଇଛନ୍ତି ।
ଜଟିଳ ସମସ୍ୟା ଥିବା କ୍ଷେତ୍ରରେ ରୋବୋଟ ସହାୟତାରେ କରାଯାଉଥିବା ଆଣ୍ଠୁ ପ୍ରତ୍ୟାରୋପଣ ପ୍ରକ୍ରିୟା ଦ୍ୱାରା ଆଣ୍ଠୁ ଚତୁଃପାଶ୍ୱର୍ରେ ଥିବା କୋମଳ ତନ୍ତୁଗୁଡ଼ିକର ପ୍ରତ୍ୟାରୋପଣ ଓ ଗଣ୍ଠିର ଉତମ ସଜ୍ଜିକରଣ ହୋଇପାରିଥାଏ ବୋଲି ସେ କହିଛନ୍ତି ।
ଓଡ଼ିଶାରେ ପ୍ରଥମ ଥର ପାଇଁ ଏକ ମେଡିକାଲ୍ କଲେଜ ହସ୍ପିଟାଲ୍ (ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌)ରେ ରୋବୋଟ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର କରାଯାଉଥିବା ବେଳେ ଭବିଷ୍ୟତରେ ଏହି ଉପାୟ ଅବଲମ୍ବନ କରାଯିବ ବୋଲି ପ୍ରଫେସର ଦାଶ କହିଛନ୍ତି ।
ଚିରାଚରିତ ଢ଼ଙ୍ଗରେ କରାଯାଉଥିବା ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ଓ ରୋବୋଟ ସହାୟତାରେ କରାଯାଉଥିବା ଅସ୍ତ୍ରୋପଚାର ମଧ୍ୟରେ କିଛି ଫରକ ନାହିଁ । ତେଣୁ ରୋବୋଟ ସହାୟତାରେ ଅସ୍ତ୍ରୋପଚାର ନିମନ୍ତେ ପ୍ରସ୍ତୁତ ହେଉଥିବା ରୋଗୀଙ୍କୁ ଅଲଗା ଭାବେ ପ୍ରସ୍ତୁତ ହେବାର ଆବଶ୍ୟକତା ନାହିଁ ବୋଲି ସେ କହିଛନ୍ତି ।
ତେବେ କେଉଁମାନେ ରୋବୋଟିକ୍ ଆଣ୍ଠୁ ପ୍ରତ୍ୟାରୋପଣ କରିପାରିବେ ସେ ନେଇ ପ୍ରଫେସର ଦାଶ କହିଛନ୍ତି ଯେ ସାଧାରଣ ଭାବେ ଆଣ୍ଠୁ ପ୍ରତ୍ୟାରୋପଣ ଆବଶ୍ୟକ କରୁଥିବା ବ୍ୟକ୍ତି ମଧ୍ୟ ରୋବୋଟ ସହାୟତାରେ ଏହା କରାଇପାରିବେ । ଆଣ୍ଠୁ ଗଣ୍ଠିରେ ସମସ୍ୟା ଥିବା ଏବଂ କୌଣସି ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ ରୋବୋଟ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ ପ୍ରକ୍ରିୟା ଖୁବ୍ ଲାଭଦାୟକ ବୋଲି ସେ କହିଛନ୍ତି ।
ଏହାଛଡ଼ା ଏହି କ୍ଷେତ୍ରରେ ରୋବୋଟିକ ଅସ୍ତ୍ରୋପଚାର ସାଧାରଣ ଅସ୍ତ୍ରୋପଚାର ଅପେକ୍ଷା ଉତମ ଫଳ ଦେଇଥାଏ କାରଣ ଏହାକୁ ପୂର୍ବରୁ ପରିକଳ୍ପନା କରାଯାଇ ନିର୍ଭୁଲ ଭାବେ କରାଯାଇପାରେ ।
ସ୍ୱତନ୍ତ୍ର ଥ୍ରୀଡି ଇମେଜ ନିଆଯାଇ ରୋବୋଟିକ୍ ଅସ୍ତ୍ରୋପଚାର କରାଯାଇଥାଏ । ଏହି ଇମେଜଗୁଡ଼ିକ ସର୍ଜନଙ୍କୁ ଉପଯୁକ୍ତ ଭାବେ ପ୍ରତ୍ୟାରୋପଣରେ ସହାୟକ ହୋଇଥାଏ ।
ରୋବୋଟିକ୍ ଟେକ୍ନୋଲୋଜି ଦ୍ୱାରା ସର୍ଜନମାନେ ପ୍ରତ୍ୟାରୋପଣ ନେଇ ଅଧିକ ଦକ୍ଷ ହୋଇପାରନ୍ତି । ଏହା ଦ୍ୱାରା ଶୀଘ୍ର ରୋଗୀ ସୁସ୍ଥ ହୋଇଥାଏ, ଖୁବ୍ କମ୍ ସମସ୍ୟା ଦେଖାଦେଇଥାଏ ଏବଂ ଆଉ ଥରେ ଅସ୍ତ୍ରୋପଚାରର ଆବଶ୍ୟକତା କମ୍ ଥାଏ ବୋଲି ପ୍ରଫେସର ଦାଶ କହିଛନ୍ତି ।
ତେବେ ଏହି ଅସ୍ତ୍ରୋପଚାରରେ କେବଳ ରୋବୋଟ କାମ କରେ ନାହିଁ ସେ କେବଳ ସର୍ଜନମାନଙ୍କୁ ଅସ୍ତ୍ରୋପଚାରରେ ସାହାଯ୍ୟ କରିଥାଏ ବୋଲି ଡାକ୍ତର ଦାଶ କହିଛନ୍ତି । ପାରମ୍ପରିକ ଅସ୍ତ୍ରୋପଚାରରେ ସବୁକିଛି ସର୍ଜନଙ୍କ ନିୟନ୍ତ୍ରଣରେ ଥାଏ । ତେବେ ରୋବୋଟିକ୍ ସର୍ଜରୀ ଦ୍ୱାରା ଅଧିକ ସୁଫଳ ମିଳିଥାଏ ବୋଲି ସେ କହିଛନ୍ତି ।

 

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...