Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବ୍ରହ୍ମପୁରରେ ବିଜେଡି ମେୟର, ଜିତିଲେ ସଂଘମିତ୍ରା

ଭୁବନେଶ୍ୱର: ବ୍ରହ୍ମପୁର ମୟର ପଦବୀ ହାତେଇଲା ବିଜେଡି।   ବିଜେଡି ପ୍ରାର୍ଥୀ ସଂଘମିତ୍ରା  ହେଲେ  ବିଜୟୀ । ବିଜେଡି ପ୍ରାର୍ଥୀ ସଂଘମିତ୍ରା ଦଳେଇ ନିଜର ନିକଟତମ ପ୍ରତିଦ୍ୱନ୍ଦୀଙ୍କ ଠାରୁ  ୨୦ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି।  ବିଜେପି ପ୍ରାର୍ଥୀ ସବିତା ସୁଆରଙ୍କୁ ପରାସ୍ତ ହୋଇଛନ୍ତି ।

ତେବେ ବ୍ରହ୍ମପୁର ମହାନଗର ନିଗମ ପାଇଁ ବିଜେଡି ଓ ବିଜେପି ମଧ୍ୟରେ କଡ଼ା ଟକ୍କର ହୋଇଥିଲା । ବିଜେପି ପ୍ରାର୍ଥୀ ସବିତା ସୁଆର ୪୫୭୮୨ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେଡ଼ି ପ୍ରାର୍ଥୀ ସଂଘମିତ୍ରା ଦଳେଇ ୬୬୦୬୮ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରେସ ପ୍ରାର୍ଥୀ ୬୭୬୮ ଖଣ୍ଡ ଭୋଟ ପାଇଛନ୍ତି । ସଂଘମିତ୍ରା ମୋଟ ୨୦୨୩୬ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି ।

ସେପଟେ ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି ସଂଘମିତ୍ରା । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଏହା ବ୍ରହ୍ମପୁର ମହାନଗରବାସୀଙ୍କ ବିଜୟ । ଏଥିଲାଗି ମୁଁ ସମସ୍ତ ମହାନଗରବାସୀଙ୍କୁ ଧନ୍ୟବାଦ ଜଣାଉଛି । ଏହାସହିତ ମୋ ଦଳରେ ପ୍ରତ୍ୟେକ କର୍ମକର୍ତ୍ତାଙ୍କୁ ବିଶେଷ ଭାବେ କୃତଜ୍ଞତା ଜଣାଉଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...