Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସ୍କୁଲରେ ୨୮ରୁ ପାଠପଢା

ଭୁବନେଶ୍ୱର: ଫେବୃଆରୀ ୧୪ତାରିଖରେ ଖୋଲିବ ସ୍କୁଲ କିନ୍ତୁ ଆସିବେନି ଛାତ୍ରଛାତ୍ରୀ । ଆସନ୍ତା ୨୮ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଆସିବେ । କିନ୍ତୁ ୧୪ ତାରିଖରୁ ଶିକ୍ଷକ ଏବଂ କର୍ମଚାରୀ ସ୍କୁଲ ଆସିବେ । ପୂର୍ବରୁ ଫେବୃଆରୀ ୧୪ ତାରିଖରୁ ଛାତ୍ରଛାତ୍ରୀ ସ୍କୁଲକୁ ଆସିବା ନେଇ ଘୋଷଣା କରିଥିଲେ ରାଜ୍ୟ ସରକାର । କିନ୍ତୁ ବର୍ତ୍ତମାନ ଏଥି​‌ରେ ପରିବର୍ତ୍ତନ କରାଯାଇଛି ।

ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ହ୍ରାସ ପାଇବାରେ ଲାଗିଛି । ସଂକ୍ରମଣ କମୁଥିବାରୁ ସ୍କୁଲ ଖୋଲିବା ନେଇ ତତ୍ପରତା ପ୍ରକାଶ କରିଥିଲେ ରାଜ୍ୟ ସରକାର । ଫେବୃଆରୀ ୭ ତାରିଖରୁ ଅଷ୍ଟମରୁ ୧୦ମ ଏବଂ ଫେବୃଆରୀ ୧୪ ତାରିଖରୁ ପ୍ରଥମରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ପ୍ରଥମେ ଘୋଷଣା ହୋଇଥିଲା । ତେବେ ଅଷ୍ଟମରୁ ୧୦ ଶ୍ରେଣୀ ସ୍କୁଲ ଧାର୍ଯ୍ୟ ତାରିଖରେ ଖୋଲିଥିବା ବେଳେ ଏବେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଆସିବା ତାରିଖକୁ ପରିବର୍ତ୍ତନ କରାଯାଇଛି । ୧୪ରୁ ସ୍କୁଲ ଖୋଲିବ କିନ୍ତୁ କେବଳ ଶିକ୍ଷମ ଏବଂ କର୍ମଚାରୀ ଆସିବେ । ଛାତ୍ରଛାତ୍ରୀମାନେ ଫେବୃଆରୀ ୨୮ ତାରିଖରୁ ପାଠ ପଢା ଆରମ୍ଭ ହେବ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...