Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସରିଲା ଦ୍ଵିତୀୟ ପର୍ଯାୟ ଭୋଟ, ୭୧ ପ୍ରତିଶତ ମତଦାନ

ଭୁବନେଶ୍ୱର:  ସାରିଲା ଦ୍ବିତୀୟ ପର୍ଯାୟ ଭୋଟ। କାମ ଦେଲା ରାଜ୍ୟନିର୍ବାଚନ କମିଶନଙ୍କ ଚାପ। ପ୍ରଥମ ପର୍ଯାୟ   ଅପେକ୍ଷା  ଦ୍ବିତୀୟ ପର୍ଯାୟ ଶାନ୍ତି ଶ୍ରୁଖଳାରେ ଶେଷ ହୋଇଛି ଭୋଟ ଗ୍ରହଣ। ଆଜି  70 ପ୍ରତିଶତ ମତଦାନ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟନିର୍ବାଚନ କମିଶନ କହିଛନ୍ତି।

ଦ୍ବିତୀୟ ପର୍ଯ୍ୟାୟରେ ମୋଟ ୨ ଲକ୍ଷ ୧୦ ହଜାରରୁ ଅଧିକ ଭୋଟର ରହିଥିଲେ । ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ମୋଟ ୬୮ଟି ବ୍ଳକର ୧୫୧୪ ଟି ଗ୍ରାମ ପଞ୍ଚାୟତରେ ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ ୨୦,୪୩୬ ବୁଥରେ ଶାନ୍ତି ଶୃଙ୍ଖଳାର ସହିତ ନିର୍ବାଚନ ଶେଷ ହୋଇଅଛି ।

ଭୋଟ ଗ୍ରହଣ ସମୟରେ ଅଳ୍ପ କିଛି ସ୍ଥାନରେ ସାମାନ୍ୟ ଗଣ୍ଡଗୋଳ ଏବଂ ବିଶୃଙ୍ଖଳାକୁ ବାଦ ଦେଲେ ମୋଟାମୋଟି ଭାବରେ ଶାନ୍ତି ଶୃଙ୍ଖଳାର ସହିତ ଭୋଟ ଗ୍ରହଣ କାର୍ଯ୍ୟ ସମ୍ପନ୍ନ ହୋଇଛି । ପ୍ରଥମ ପର୍ଯ୍ୟାୟରେ ହୋଇଥିବା ବିଶୃଙ୍ଖଳାକୁ କମିଶନ ଗମ୍ଭିରତାର ସହ ବିଚାରକୁ ନେଇ ପରବର୍ତ୍ତୀ ପର୍ଯ୍ୟାୟରେ ଆଇନ ଶୃଙ୍ଖଳା ନିୟନ୍ତ୍ରଣ କରିବା ସହ ଶାନ୍ତିପୁର୍ଣ୍ଣ ଭାବେ ପଞ୍ଚାୟତ ନିର୍ବାଚନ ସାରିବା ପାଇଁ ପୋଲିସ ଡି.ଜି.ଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର ନିର୍ବାଚନରେ ତାର ପ୍ରତିଫଳନ ଦେଖାଦେଇଛି।   କିଛି ସ୍ଥାନରେ ଆଇନ ଶୃଙ୍ଖଳା ପରିସ୍ଥିତି ପାଇଁ ନିର୍ବାଚନ କାର୍ଯ୍ୟରେ ଅସୁବିଧା ସୃଷ୍ଟି ହେବା ଫଳରେ ଭୋଟ ଗ୍ରହଣ ବାଧାପ୍ରାପ୍ତ ହୋଇଛି । ପ୍ରାଥମିକ ରିପୋର୍ଟ ଅନୁଯାୟୀ ଜଗତସିଂହପୁର ଓ ଯାଜପୁର ଜିଲ୍ଲାର କିଛି ବୁଥରେ ନିର୍ବାଚନ ପ୍ରକ୍ରିୟା ବାଧାପ୍ରାପ୍ତ ହୋଇଛି । ଏତଦ୍‌ବ୍ୟତୀତ ବାଲଟ ପେପରରେ ତୃଟି ପାଇଁ ଦୁଇ ତିନୋଟି ସ୍ଥାନରେ ପୁନଃ ନିର୍ବାଚନ ଆବଶ୍ୟକ ହୋଇପାରେ ।

ଏ ସମ୍ପର୍କରେ ସମ୍ପୃକ୍ତ ଜିଲ୍ଲାପାଳଙ୍କଠାରୁ ବିସ୍ତୃତ ରିପୋର୍ଟ ପାଇଲାପରେ ରାଜ୍ୟ ନିର୍ବାଚନ କମିଶନ ସେ ବିଷୟରେ ଅନୁଧ୍ୟାନ କରି ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ଆଜିର ନିର୍ବାଚନରେ ଭାଗ ନେଇଥିବା ସମସ୍ତ ଅଧିକାରୀ, ପୋଲିସ କର୍ତ୍ତୃପକ୍ଷ, ସମସ୍ତ ଜନସାଧାରଣ ତଥା ଭୋଟରମାନେ ସକ୍ରିୟ ଅଂଶ ଗ୍ରହଣ କରିବା ସହିତ ଶାନ୍ତି ଶୃଙ୍ଖଳାରେ ନିର୍ବାଚନ ଶେଷ ହୋଇଥିବାରୁ ଆଗାମୀ ପର୍ଯ୍ୟାୟରେ ନିର୍ବାଚନ ହେବାକୁ ଥିବା ସ୍ଥାନମାନଙ୍କରେ ମଧ୍ୟ କମିଶନ ଏହିପରି ସହଯୋଗ ଆଶା କରୁଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...