Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପଞ୍ଚଭୂତରେ ଲୀନ ହେଲେ କମଳ ଦେଶର ରାଜକୁମାର

ଭୁବନେଶ୍ବର: ଓଡ଼ିଶା ସଙ୍ଗୀତ ଜଗତରେ  ଏକ ଯୁଗର ଅବସାନ ଘଟିଲା । ଆରପାରିକୁ ଚାଲିଗଲେ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କର । ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷ ହେଲା ଅନ୍ତିମ ସଂସ୍କାର । ମୁଖାଗ୍ନୀ ଦେଲେ ବଡ ପୁଅ ମହାଦୀପ କର । ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ତରଫରୁ ମନ୍ତ୍ରୀ ପ୍ରତାପ ଜେନା ଓ ସମୀର ଦାସ ଏବଂ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ପ୍ରମୁଖ ଉପସ୍ଥିତ ଥଲେ । ଏହା ସହିତ ଅନେକ କଳାକାର ଓ ଆତ୍ମୀୟଙ୍କ ଉପସ୍ଥିତିରେ ପ୍ରଫୁଲ୍ଲ କରଙ୍କର ଅନ୍ତିମ ସଂସ୍କାର କରାଯାଇଛି ।

ଗତକାଲି ରାତିରେ ୮୩ ବର୍ଷବୟସରେ ଆରପାରିକୁ ଚାଲିଯାଇଥିଲେ ପ୍ରଫୁଲ୍ଲ କର । ପ୍ରଫୁଲ୍ଲଙ୍କ ବିୟୋଗ ସଙ୍ଗୀତ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ସୃଷ୍ଟି କରିଛି । ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।  ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ବ୍ୟକ୍ତ କରିବା ସହ ପରିବାରକୁ ସମବେଦନା ଜଣାଇଛନ୍ତି । ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି ପ୍ରଫୁଲ୍ଲଙ୍କ ପରଲୋକ ।

ସେ ଥିଲେ କମଳ ଦେଶର ରାଜକୁମାର । ମାତ୍ର ୨୧ ବର୍ଷ ବୟସରେ ଆକାଶବାଣୀର ସ୍ବିକୃତିପ୍ରାପ୍ତ କଣ୍ଠଶିଳ୍ପୀର ମାନ୍ୟତା ପାଇଥିଲେ । ପରେ ତାଙ୍କର ସଙ୍ଗୀତ ଯାତ୍ରା ଆରମ୍ଭ ହୋଇଥିଲା । ୭୦ରୁ ଅଧିକ ଓଡ଼ିଆ ଓ ୪ଟି ବଙ୍ଗଳା ସିନେମାରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ୧୦୦ରୁ ଅଧିକ ଅଣସିନେମା ସଙ୍ଗୀତ ଆଲବମ କରିଛନ୍ତି ପ୍ରଫୁଲ୍ଲ । ତାଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ୬ ଜଣ କଣ୍ଠଶିଳ୍ପୀ ଶ୍ରେଷ୍ଠ ସିନେ କଣ୍ଠଶିଳ୍ପୀ ପୁରସ୍କାର ପାଇଛନ୍ତି । ସଂଗୀତ କ୍ଷେତ୍ରରେ ସଫଳତା ହାସଲ କରିଥିବା ପ୍ରଫୁଲ୍ଲ ପ୍ରାୟ ଏକ ବର୍ଷ ହାଇକୋର୍ଟରେ ଓକିଲାତି କରିଛନ୍ତି । ପ୍ରଫୁଲ୍ଲଙ୍କ ରୁଚି ଚିତ୍ରକଳା ଓ ରୋଷେଇରେ ବି ଥିଲା ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...