Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଫୁଣି ବୁଲିଲା ନବୀନ ଖଣ୍ଡା, ୬ ବାବୁ ବିଦା

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – 3 ଜଣ ଏକ୍ଜିକ୍ୟୁଟିଭ ଇଞ୍ଜିନିୟର, ଜଣେ ପୋଲିସ ଇନ୍ସପେକ୍ଟର, ଅତିରିକ୍ତ ଯୋଗାଣ ଅଧିକାରୀ ଓ ଜିଲ୍ଲା କଲ୍ୟାଣ ଅଧିକାରୀ ପ୍ରମୁଖ ଅନ୍ତର୍ଭୁକ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୬ ଜଣଙ୍କ ମଧ୍ୟରୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅଧିନସ୍ଥ ଜନସ୍ବାସ୍ଥ୍ୟ ଇଞ୍ଜିନିୟରିଂ କ୍ୟାଡରର ୩ ଜଣ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ରହିଛନ୍ତି। ଏମାନଙ୍କ ମଧ୍ୟରୁ ଶ୍ରୀ ସରୋଜ କୁମାର ଦାସଙ୍କ କାର୍ଯ୍ୟଶୈଳୀ ଆଦୌ ସନ୍ତୋଷଜନକ ନ ଥିଲା ଏବଂ ତାଙ୍କର ଅତୀତର ରେକର୍ଡରୁ ଜଣାଯାଇଛି ଯେ କାର୍ଯ୍ୟ କ୍ଷେତ୍ରରେ ଅତ୍ୟନ୍ତ ଅପାରଗ ଥିଲେ। ତାଙ୍କ କାର୍ଯ୍ୟଶୈଳୀରେ ଅସଙ୍ଗତି, ନିଷ୍ଠାର ଅଭାବ ଏବଂ ଅପାରଗତା ଯୋଗୁ ସେ ଜଣେ ସରକାରୀ ଅଧିକାରୀ ଭାବେ ଦାୟିତ୍ବ ତୁଲାଇବା ଜନସ୍ବାର୍ଥର ପରିପନ୍ଥୀ । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ଶ୍ରୀ ଦୟାନିଧି ସାମଲଙ୍କ କାର୍ଯ୍ୟକଳାପ ମଧ୍ୟ ସନ୍ତୋଷଜନକ ନୁହେଁ। ତାଙ୍କର କାର୍ଯ୍ୟକଳାପ ଜଣେ ଦାୟିତ୍ବବାନ ସରକାରୀ କର୍ମଚାରୀଙ୍କ କାର୍ଯ୍ୟର ପରିପନ୍ଥୀ ଓ ଜନସ୍ବାର୍ଥ ବିରୋଧୀ। ଏହାସହିତ ଅପାରଗତା ଓ ଅସାଧୁତା ଆଦି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଏକ୍ଜିକ୍ୟୁଟିଭ ଇଞ୍ଜିନିୟର ଶ୍ରୀ କରୁଣାକର ଘଡାଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଜଣେ ଯୋଗାଣକାରୀଙ୍କୁ ସେ ଅନୁଚିତ ଅନୁଗ୍ରହ ପ୍ରଦର୍ଶନ କରିଥିଲେ। ତାଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ନୁହେଁ ଏବଂ ତାଙ୍କ ବିରୁଦ୍ଧରେ ଅସାଧୁତାର ପ୍ରମାଣ ମଧ୍ୟ ରହିଛି । ତେଣୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଅନୁଗୁଳ ଜିଲ୍ଲା ପୋଲିସ ଇନ୍‌ସପେକ୍ଟର ଶ୍ରୀ ରତ୍ନାକର ମଲ୍ଲିକଙ୍କୁ ଅପାରଗତା କାରଣକୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ନୂଆପଡା ଜିଲ୍ଲାର ଅତିରିକ୍ତ ଯୋଗାଣ ଅଧିକାରୀ ଶ୍ରୀ ରତ୍ନାକର ସେଠୀଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରାଯାଇ ତାଙ୍କ ନିକଟରୁ ୬.୫ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ କରାଯାଇ ତାଙ୍କୁ ଜେଲ୍‌କୁ ପଠାଯାଇଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଅନୁଗୁଳ ଜିଲ୍ଲାର ପୂର୍ବତନ କଲ୍ୟାଣ ଅଧିକାରୀ ମିସ୍‌ ଚାରୁଲତା ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି। ଜିଲ୍ଲା କଲ୍ୟାଣ ଅଧିକାରୀ ଭାବରେ ସେ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ। ସେ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିଲା। ବର୍ତ୍ତମାନ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୮ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...