Connect with us

Hi, what are you looking for?

ବିଜିନେସ

ଦୁବାଇ ଆନ୍ତର୍ଜାତିକ କନ୍‌ଫରେନ୍ସରେ ସୋଆ ସମ୍ମାନିତ

ଭୁବନେଶ୍ୱର , ୨୮/ ୩ : ସଂଯୁକ୍ତ ଆରବ ଅମିରାତର ଇଂଟରକଂଟିନେଂଟାଲ୍ ଦୁବାଇ ଫେଷ୍ଟିଭାଲ୍ ସିଟିରେ ମାର୍ଚ୍ଚ ୨୩ ରୁ ୨୫ ପର୍ଯ୍ୟନ୍ତ ଅନୁଷ୍ଠିତ ଆନ୍ତର୍ଜାତିକ ଏଡୁକେଶନ୍ ୨.୦ କନ୍‌ଫରେନ୍ସରେ ଶିକ୍ଷା ଓ ଅନୁସନ୍ଧାନକୁ ‘ପୂର୍ବ ଭାରତର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ’ ସମ୍ମାନରେ ସମ୍ମାନିତ କରାଯାଇଛି । ସୋଆର ଆନ୍ତର୍ଜାତିକ ସଂପର୍କ ଓ ଆଉଟରିଚ୍ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା ଓ ଆଇଟିଇଆର୍‌ର ପ୍ଲେସ୍‌ମେଂଟ ହେଡ ଶ୍ରୀ ରିପ୍ତି ରଞ୍ଜନ ଦାସ ଏହି ସମ୍ମାନ ଗ୍ରହଣ କରିଥିଲେ ।
ଏହି ସମ୍ମିଳନୀରେ ଡିଜିଟାଲ୍ ସାକ୍ଷରତାକୁ ମଜଭୁତ କରିବା ପାଇଁ ଆବଶ୍ୟକୀୟ ଯୋଜନା ଓ କୌଶଳ ଉପରେ theଆୟୋଜିତ ଏକ ପ୍ୟାନେଲ୍ ଆଲୋଚନାରେ ଭାଗ ନେଇ ପ୍ରଫେସର ଶର୍ମା କହିଥିଲେ ଯେ ଶିକ୍ଷା ଓ ଅନୁସନ୍ଧାନ
ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ ନିଜକୁ ଏକ ଡିଜିଟାଲ୍ ବିଶ୍ୱବିଦ୍ୟାଳୟ ଓ ମଲ୍ଟିଡିସିପ୍ଲିନାରୀ ଏଡୁକେଶନ୍ ଓ ରିସର୍ଚ୍ଚ ୟୁନିଭର୍ସିଟିରେ ପରିଣତ କରିବା ପାଇଁ ଏକ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିଛି ।
ଏହି ଏଡୁକେସନ୍ ୨.୦ କନ୍‌ଫରେନ୍ସରେ ବିଭିନ୍ନ ଦେଶର ୪୦୦ ପାଖାପାଖି ପ୍ରତିନିଧି ଯୋଗ ଦେଇଥିଲେ । ଏଥିରେ ସିଙ୍ଗାପୁର, ଜର୍ମାନୀ, ଫିଲିପାଇନ୍ସ, କାତାର, ପୋଲାଣ୍ଡ, ବ୍ରିଟେନ୍‌, ସାଉଦିଆରବ, ତାଞ୍ଜାନିଆ, ଦକ୍ଷିଣ ଆଫ୍ରିକା, ମାଲେସିଆ, ତୁର୍କି, ଇଣ୍ଡୋନେସିଆ, ଜାପାନ, ନେପାଳ, ବାଂଲାଦେଶ, ୟୁଏଇ ଓ ଭାରତରୁ ଶିକ୍ଷା ସହିତ
ଜଡ଼ିତ ଅନେକ କମ୍ପାନୀ, ବିଶ୍ୱବିଦ୍ୟାଳୟ ଓ ଅନୁଷ୍ଠାନ ଅଂଶ ଗ୍ରହଣ କରିଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...