Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଜାହାନିଆ ସମୁଦ୍ରକୂଳରେ ସୋଆ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀଙ୍କ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ

ଭୁବନେଶ୍ୱର, ଅକ୍ଟୋବର ୭: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି ।
ସମୁଦ୍ରକୂଳ ସଫେଇ ନେଇ ସଚେତନତା, ଉପକୂଳ ପରିବେଶ ସଂରକ୍ଷଣ ଏବଂ ପ୍ରଦୂଷଣ ମୁକ୍ତ ତଟ ବିଷୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା ।
ପ୍ରୋଗ୍ରାମ ଅଫିସର ଡକ୍ଟର ମୋଉ ରାୟ, ଡକ୍ଟର ଶ୍ୟାମଳେନ୍ଦୁ ତ୍ରିପାଠୀ, ଡକ୍ଟର ରାକେଶ ରୋଶନ୍ ଶତପଥୀ ଏବଂ ଡକ୍ଟର ଅନନ୍ତ ପ୍ରସାଦ ନନ୍ଦଙ୍କ ନେତୃତ୍ୱରେ ୯୦ ଜଣ ସ୍ୱେଚ୍ଛାସେବୀ ଏହି ସମୁଦ୍ର ତଟର ୫ କିମି ପରିସୀମା ସଫେଇ କରିଥିଲେ । ସେମାନେ ପ୍ଲାଷ୍ଟିକ୍ ପାଣିବୋତଲ, ବସ୍ତୁ ଓ ଚକଲେଟ୍ ଖୋଳ ଭଳି ପଦାର୍ଥ ସଂଗ୍ରହ କରିଥିଲେ । ସମୁଦ୍ରକୂଳ ସଫା କରିବା ପରେ ସ୍ୱେଚ୍ଛାସେବୀଙ୍କ ମଧ୍ୟରେ ଆନନ୍ଦ ଖେଳିଯାଇଥିଲା ।
ସଫେଇ କାର୍ଯ୍ୟକ୍ରମ ସମେତ ଏନ୍‌ଏସଏସ୍ ସ୍ୱେଚ୍ଛାସେବୀ ସମୁଦ୍ରକୂଳକୁ ବୁଲି ଆସିଥିବା ପର୍ଯ୍ୟଟକମାନଙ୍କୁ ବର୍ଜ୍ୟବସ୍ତୁକୁ ପକାଇବା ପାଇଁ ଡଷ୍ଟବିନ୍‌ର ବ୍ୟବହାର ନିମନ୍ତେ ସଚେତନ କରାଇଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...