Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଛାତ୍ରଛାତ୍ରୀଙ୍କ ପାଇଁ ସୋଆ କ୍ୟାମ୍ପସ୍‌ରେ ଇ-ସ୍କୁଟର ବ୍ୟବସ୍ଥା

ଭୁବନେଶ୍ୱର,୨୪/୧୧: କ୍ୟାମ୍ପସ୍ ଭିତରେ ବୁଲିବା ହେଉ ଅଥବା ସହର ମଧ୍ୟରେ ଯିବା ଆସିବା ପାଇଁ ସୋଆ ଛାତ୍ରଛାତ୍ରୀଙ୍କ ପାଇଁ ଏବେ ଇ-ସ୍କୁଟର ଉପଲବ୍ଧ।

ପୂର୍ବରୁ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ପରିସରରେ ୧୦୦ ଇ-ସ୍କୁଟର ବ୍ୟବହାର କରାଯାଉଥିବା ବେଳେ ଗୁରୁବାର ଦିନ ସୋଆର କ୍ୟାମ୍ପସ୍ ୨ରେ ୨୦ଟି ଇ-ସ୍କୁଟର ବ୍ୟବହାର ଆରମ୍ଭ ହୋଇଛି।

ଏହି ବ୍ୟବସ୍ଥା ଶୀଘ୍ର ଅନ୍ୟ ସୋଆ କ୍ୟାମ୍ପସ ରେ ମଧ୍ୟ ଉପଲବ୍ଧ ହେବ ବୋଲି କହିଛନ୍ତି ଡ୍ରାଇଭ ନାମକ ଷ୍ଟାର୍ଟ-up ର ସହ ପ୍ରତିଷ୍ଠାତା ତଥା ସିଇଓ ଶ୍ରୀ ଅଙ୍କୁର ବି. ପଟେଲ୍ ।

ଏହି ଅବସରରେ ବିଶ୍ୱବିଦ୍ୟାଳୟରେ ଇ-ସ୍କୁଟର ବ୍ୟବହାର ନିମନ୍ତେ ଏକ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇଥିବା ବେଳେ ସୋଆର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସଙ୍କ ଉପସ୍ଥିତିରେ କ୍ୟାମ୍ପସ୍ ୨ରେ ଇ-ସ୍କୁଟର ପ୍ରଚଳନ ଆରମ୍ଭ କରାଯାଇଛି ।

ଏହି ଇ- ସ୍କୁଟରଗୁଡ଼ିକ ଛାତ୍ରଛାତ୍ରୀମାନଙ୍କର ବ୍ୟବହାରରେ ଆସିବ ଏବଂ କ୍ୟାମ୍ପସ୍‌ଗୁଡ଼ିକ ପ୍ରଦୂଷଣମୁକ୍ତ ହୋଇପାରିବ ବୋଲି ଶ୍ରୀମତି ଦାସ ଏହି ଅବସରରେ କହିଛନ୍ତି । ଆଗାମୀ ଦିନରେ ସୋଆର ସବୁ କ୍ୟାମ୍ପସ୍‌ରେ ଇ-ସ୍କୁଟର ପ୍ରଚଳନ କରାଯିବ ବୋଲି ସେ କହିଛନ୍ତି ।

ସୋଆର ପୂର୍ବତନ ଛାତ୍ର ଶ୍ରୀ ପଟେଲ୍ ଏହି ଷ୍ଟାର୍ଟଅପ ଆରମ୍ଭ କରିଥିବା ବେଳେ କହିଛନ୍ତି ଯେ ଏହି ଇ-ସ୍କୁଟରକୁ ଭଡ଼ାରେ ନେବା ନିମନ୍ତେ ଛାତ୍ରଛାତ୍ରୀମାନଙ୍କୁ କିଲୋମିଟର ପ୍ରତି ୭୦ ପଇସା ଏବଂ ମିନିଟ୍ ପ୍ରତି ୪୦ ପଇସା ଦେବାକୁ ପଡିବ । କ୍ୟାମ୍ପସ୍‌ର ଡିମାଣ୍ଡ ଅନୁସାରେ ଇ-ସ୍କୁଟରର ସଂଖ୍ୟା ମଧ୍ୟ ବୃଦ୍ଧି କରାଯିବ ବୋଲି ସେ କହିଛନ୍ତି ।ଏହି ଅବସରରେ ଛାତ୍ରଛାତ୍ରୀମାନେ କହିଛନ୍ତି ଯେ କ୍ୟାମ୍ପସ୍‌ରେ ବୁଲିବା ଖୁବ୍ ସହଜ ହେବ । ବିଭିନ୍ନ କ୍ୟାମ୍ପସ୍‌ରେ ଏହାର ରି-ଚାର୍ଜିଂ ସୁବିଧା ମଧ୍ୟ ରହିଛି ।

ଏହି ଅବସରରେ ଆଇଟିଇଆର୍‌ର ଡିନ୍ ପ୍ରଫେସର ପ୍ରଦୀପ କୁମାର ସାହୁ, ଆଇବିସିଏସ୍ ଡିନ୍ ପ୍ରଫେସର ଅନୁପ କୁମାର ସାମନ୍ତରାୟ, ଆଇଡିଏସ୍ ଡିନ୍ ପ୍ରଫେସର ନୀତା ମହାନ୍ତି ଏବଂ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...