Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସଡ଼କ ଦୁର୍ଘଟଣା: ୧୦ମୃତ, ୮ ଗୁରୁତର

ବାଲେଶ୍ୱର: ବାଲେଶ୍ୱର ସୋର ଅଞ୍ଚଳରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ହୋଇଛନ୍ତି । ଏଥି ସହିତ ୧୦ରୁ ୧୫ ଜଣ ସାମାନ୍ୟ ଆହତ ହୋଇଛନ୍ତି  । ବାଲେଶ୍ବର ଜିଲ୍ଲା ୧୬ ନଂ ଜାତୀୟ ରାଜପଥର ବିଦୁ ଛକ ନିକଟରେ ବସ୍ ପଛରୁ କୋଇଲା ବୋଝେଇ ଟ୍ରକ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି ।

ମୟୁରଭଞ୍ଜର ଉଦଳାରୁ ଭୁବନେଶ୍ବର ଅଭିମୁଖେ ଯାଉଥିବା ଘରୋଇ ବସ୍ ଶାନ୍ତିଲତା ବିଦୁ ଛକ ନିକଟରେ ଠିଆ ହୋଇଥିବା ବେଳେ ପଛରୁ ଆସୁଥିବା ଏକ କୋଇଲା ବୋଝେଇ ଟ୍ରକ ଧକ୍କା ଦେଇଥିଲା । ଫଳରେ ବସ୍‌ଟି ଭାରସାମ୍ୟ ହରାଇ ୨୦ ଫୁଟ୍ ତଳକୁ ଓଲଟି ପଡିଥିଲା । ବସରେ ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ରହିଥିଲେ । ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଦୁଇ ନାବାଳିକା ୧ ବର୍ଷର ଶିଶୁ, ଜଣେ ମହିଳା ଓ ଦୁଇ ପୁରୁଷ ଥିବା ସୂଚନା ମିଳିଛି ।

ଆହତ ଏବଂ ଗୁରୁତରମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଉଦ୍ଧାର କାର୍ଯ୍ୟରେ ସୋର ପୋଲିସ୍, ସୋର ଦମକଳ ବାହିନୀ, ଜାତୀୟ ରାଜପଥ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଆହତ ଓ ମୃତକଙ୍କ ପରିଚୟ ମିଳିନାହିଁ l ବର୍ତ୍ତି ଯାଇଥିବା ଯାତ୍ରୀ ମାନଂକୁ ପ୍ରଶାସନ ତରଫରୁ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି l ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ଘଟଣାସ୍ଥଳରେ ପହଞ୍ଚି ରାତିରେ ମୃତକ ଶବ ବ୍ୟବଛେଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ୬ ଜଣଙ୍କ ମଧ୍ୟରୁ ୨ ଜଣଙ୍କର ପରିଚୟ ମିଳିଛି । ଜଣେ ହେଲେ ସୋର ଥାନା ମୁଗୁନି ପୁର ଗ୍ରାମର ନାବାଳିକା ସଂଗୀତା ମୂର୍ମୁ ବୟସ ୧୪ ବର୍ଷ। ଅନ୍ୟ ଜଣେ ହେଲେ ଉଦଳା ଅଂଚଳର ବିଜୟଲକ୍ଷ୍ମୀ ପ୍ରିୟଦର୍ଶନୀ ବୟସ ୧୦ ବର୍ଷ ବୋଲି ଜଣା ପଡ଼ିଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...