Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କାଲିଠୁ ସୁଭେଦ୍ରା ପଞ୍ଜିକରଣ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା
 ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ
 ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ଉପଲବ୍ଧ ହେବ
 ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ଫର୍ମ ଦାଖଲ ହୋଇପାରିବ

ଭୁବନେଶ୍ୱର, ୩୧/୦୮/୨୦୨୪
ମହିଳାମାନଙ୍କର ସାମାଜିକ ଓ ଅର୍ଥନୈତିକ ସ୍ଥିତିକୁ ମଜବୁତ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି । ଏଥି ନିମନ୍ତେ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇସାରିଛି । ଏହି ଯୋଜନା ଅଧୀନରେ ଓଡ଼ିଶାର ଏକ କୋଟିରୁ ଉର୍ଦ୍ଧ୍ୱ ମହିଳା ଉପକୃତ ହୋଇପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା କହିଛନ୍ତି ।
ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାକୁ ପର୍ଯ୍ୟାପ୍ତ ପରିମାଣର ଆବେଦନ ଫର୍ମ ପଠାଯାଇଛି । ସମସ୍ତ ଜିଲ୍ଲାରେ ହିତାଧିକାରୀଙ୍କ ନିମନ୍ତେ ଆଜିଠାରୁ ଏହି ଫର୍ମ ଉପଲବ୍ଧ ହେବା ସହ ଆସନ୍ତାକାଲିଠାରୁ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହେବ । ଏ ସମସ୍ତ ପ୍ରକ୍ରିୟା ଦେୟମୁକ୍ତ ହେବ ବୋଲି ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌ କାର୍ଯ୍ୟାଳୟ, ପୌରାଞ୍ଚଳ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର ଓ ସାଧାରଣ ସେବା କେନ୍ଦ୍ରରେ ଏହି ଆବେଦନ ଫର୍ମ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ହେବ । ଆବେଦନକାରୀମାନେ ଫର୍ମ ପୂରଣ କରି ଏହାକୁ ନିକଟସ୍ଥ ମୋ ସେବା କେନ୍ଦ୍ର କିମ୍ବା ସାଧାରଣ ସେବା କେନ୍ଦ୍ରରେ ଦାଖଲ କରିପାରିବେ ।
‘ସୁଭଦ୍ରା’ ଯୋଜନାରେ ଆବେଦନ କରିବା ନିମନ୍ତେ ହିତାଧିକାରୀଙ୍କ ପାଖରେ ନିଜ ନାମରେ ଆଧାର କାର୍ଡ/ନମ୍ବର ଥିବା ଏକାନ୍ତ ଆବଶ୍ୟକ । ଏହା ସହ ଆଧାର କାର୍ଡ ସହିତ ଏକକ-ଧାରକ ବ୍ୟାଙ୍କ ଆକାଉଣ୍ଟ (କେବଳ ନିଜ ନାମରେ ଥିବା ବ୍ୟାଙ୍କ ଆକାଉଣ୍ଟ) ସଂଯୋଗ ହୋଇଥିବା ଜରୁରୀ । ଏହି ବ୍ୟାଙ୍କ ଆକାଉଣ୍ଟଟି ଚାଲୁ ରହିଥିବା ଏବଂ ସିଧାସଳଖ ଟଙ୍କା ସହାୟତା ପାଇଁ ସକ୍ଷମ ଥିବା ଆବଶ୍ୟକ । ହିତାଧିକାରୀଙ୍କ ମୋବାଇଲ୍‌ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ୍‌ ହୋଇଥିବା ଆବଶ୍ୟକ । ଏହି ଯୋଜନା ନେଇ କୌଣସି ଭ୍ରମିତ ଖବର ଦ୍ୱାରା ପ୍ରଭାବିତ ନହେବା ପାଇଁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିଛି । ତିନୋଟି ପ୍ରସ୍ତାବ ମଧ୍ୟରୁ ସରକାରୀ...

ଓଡ଼ିଶା ନ୍ୟୁଜ

ରାଜ୍ୟର କୋଣ ଅନୁକୋଣରେ ‘ସୁଭଦ୍ରା’ ପାଇଁ ଉତ୍ସାହ ବଢିଚାଲିଛି  #subhadra, #gharegharesubhadra ହେଉଛି ଭାଇରାଲ  ସମଗ୍ର ରାଜ୍ୟରେ ଆଜି ସୁଦ୍ଧା ୪୫ ଲକ୍ଷ ଫର୍ମ ହେଲାଣି ପଞ୍ଜିକରଣ  ‘ଘରେ...

ଓଡ଼ିଶା ନ୍ୟୁଜ

   ସୁଭଦ୍ରା ଯୋଜନାର କ୍ରିୟାନ୍ୱୟନର ବଡ଼ ଦାୟିତ୍ୱ ପ୍ରଭାତୀଙ୍କ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ହାତରେ  ସୁଭଦ୍ରାକୁ ନେଇ ନିମାପଡାରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା  ପ୍ରଭାତୀଙ୍କୁ...