Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

୨୮ରୁ ବଢିବ ତାତି, କଲବଲ କରିବ

ଭୁବନେଶ୍ୱର:  କଲବଲ ହେବ ଓଡିଶା।  କାରଣ ରାଜ୍ୟରେ ୨୮ ବଢ଼ିବ ତାତି । ଲଗାତର ୪-୫ଦିନ ରାଜ୍ୟରେ ଏଭଳି ପାଗ ଜାରି ରହିବ। ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ସ୍ୱାଭାବିକଠୁ ୨ରୁ ୩ ଡିଗ୍ରୀ ବଢ଼ିବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।ଶନିବାର ରାଜ୍ୟର ୬ଟି ସହରର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା । ୨ଟି ସହରର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ୪୦.୫ ଡିଗ୍ରୀ ସେଲସିୟସ୍‌ ସହ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ପାଲଟିଥିଲା। ଟିଟିଲାଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୦.୪, ବଲାଙ୍ଗୀର ୩୯.୮, ବାରିପଦା ଓ ଝାରସୁଗୁଡ଼ାରେ ୩୯.୬ ଏବଂ ତାଳଚେରରେ ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ସେଲସିୟସ୍‌ ରହିଥିଲା । ଭୁବନେଶ୍ୱର ଓ କଟକରେ ତାପମାତ୍ରା ୩୬.୮ ଡିଗ୍ରୀ ସେଲସିୟସ୍‌ ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି, ଆସନ୍ତା କିଛି ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଁ ଭାଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ରାଜ୍ୟର ଅନ୍ୟ ସ୍ଥାନରେ ପାଗ ଶୁଖିଲା ରହିବ ବୋଲି ଶ୍ରୀ ବିଶ୍ୱାସ ଆକଳନ କରିଛନ୍ତି ।

 

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...