Connect with us

Hi, what are you looking for?

ଅପରାଧ

କଲେଜ ପ୍ରିନ୍ସିପାଲଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର: କଲେଜ ପ୍ରିନ୍ସିପାଲ ଘରେ ଭିଜିଲାନ୍ସ ରେଡ଼ । କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ମାଁ ହୀରାନୀଳା ଡିଗ୍ରୀ ମହାବିଦ୍ୟାଳୟର  ଅଧ୍ୟକ୍ଷ ରମେଶ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିିିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଓ ମହାବିଦ୍ୟାଳୟରେ କୋଟିକୋଟି ଟଙ୍କା ହେରଫେର ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ।  ଭିଜିଲାନ୍ସ ଇନ୍ସପେକ୍ଟର ପ୍ରମିଳା ସୁନାଙ୍କ ନେତୃତ୍ୱରେ ରମେଶ ସାହୁଙ୍କ ବିଶ୍ୱନାଥପୁର ସ୍ଥିତ ବାସଭବନରେ ଚଢାଉ କରାଯାଇଥିବା ବେଳେ ତାଙ୍କ ଭୁବନେଶ୍ୱର ଆର୍ଯ୍ୟ ଭିଲେଜ ସ୍ଥିତ ବାସଭବନ ଓ ତାଙ୍କ ପତ୍ନୀଙ୍କ ନାମରେ ଥିବା କ୍ରସର ଉପରେ ମଧ୍ୟ ଭିଜିଲାନ୍ସର ଟିମ୍ ଚଢାଉ କରିଛି।

ସୂଚନା ଅନୁଯାୟୀ, ରମେଶ ସାହୁ ବିଶ୍ୱନାଥପୁର ସ୍ଥିତ ମାଁ ହୀରାନୀଳା ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବେ ଦାୟିତ୍ୱରେ ଥିଲେ । ଏହି ସମୟରେ ମହାବିଦ୍ୟାଳୟର କୋଟି କୋଟି ଟଙ୍କା ଚଳୁ କରିଥିବା ସହିତ ଚାକିରି କରାଇଦେବା ନାଁରେ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା ।  କଲେଜରେ ପିଅନ କରାଇଦେବା ନାଁ ରେ 2ଲକ୍ଷ 50ହଜାର ଏବଂ ସୁଇପର  ଚାକିରୀ କରାଇଦେବା ନେଇ 1ଲକ୍ଷ 70 ହଜାର ଟଙ୍କା ହଡପ କରିଥିବା ଅଭିଯୋଗ ହୋଇଛି।

ଏପରିକି ଅଭିଯୋଗ ପରେ ସେ ଫେରାର ହୋଇଯାଇଥିଲେ । ପରେ ପୁଲିସ ହାତରେ ଧରାପଡି ଜେଲ ଯାଇଥିଲେ । ସେହିଦିନ ଠାରୁ ତାଙ୍କର ପତ୍ନୀଙ୍କ ନାମରେ ଥିବା ବେନାମୀ ସମ୍ପତ୍ତି ଭିଜିଲାନ୍ସ ସ୍କାନର ରହିଥିଲା । ଫଳରେ ସୋମବାର ସକାଳ ଛଅଟାରୁ ତାଙ୍କ ଘରେ ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ୍ ଚଢାଉ କରିଛି । ଚଢାଉ ଶେଷ ହେବା ପରେ ସମ୍ପତ୍ତି ଆକଳନ ସ୍ପଷ୍ଟ ହେବ ବୋଲି ଭିଜିଲାନ୍ସ ଅଧିକାରୀ ପ୍ରକାଶ କରିଛନ୍ତି । ବର୍ତ୍ତମାନ ତାଙ୍କୁ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଛି। ଜିଲ୍ଲାପାଳଙ୍କ ନିର୍ଦେଶରେ ଅନୁସାରେ   କଲେଜରେ ହୋଇଥିବା ଆର୍ଥିକ ଅନିୟମିତତା  ଗୋଟିଏ କମିଟି ଗଠନ କରି  ଯାଞ୍ଚ  କରାଯିବ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...